
ଭୁବନେଶ୍ବର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୦,୩୨୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୫୭୭୯ ଚିହ୍ନଟ ହୋଇଥିବା ବେଳେ ୪୫୪୨ଜଣ ହେଉଛନ୍ତି ସ୍ଥାନୀୟ ଆକ୍ରାନ୍ତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୬୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୭୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି।
New recoveries: 11821
Cumulative tested: 10997876
Positive: 633302
Recovered: 526353
Active cases: 104539— I & PR Department, Odisha (@IPR_Odisha) May 18, 2021
ଅପରପକ୍ଷରେ ଅନୁଗୁଳରୁ ୪୭୧, ବରଗଡ଼ରୁ ୩୨୦, ଭଦ୍ରକରୁ ୩୫୦, ବାଲେଶ୍ୱରରୁ ୨୬୯, ବଲାଙ୍ଗୀରରୁ ୨୯୧, ବୌଦ୍ଧରୁ ୨୫୦, ଦେବଗଡ଼ରୁ ୧୧୪, ଢେଙ୍କାନାଳରୁ ୭୭, ଗଜପତିରୁ ୫୬, ଗଞ୍ଜାମରୁ ୨୦୩, ଜଗତସିଂହପୁରରୁ ୧୫୯, ଯାଜପୁରରୁ ୩୩୦, ଝାରସୁଗୁଡ଼ାରୁ ୩୧୨ , କଳାହାଣ୍ଡିରୁ ୫୯୯, କନ୍ଧମାଳରୁ ୫୪, କେନ୍ଦ୍ରାପଡ଼ାରୁ ୧୬୪, କେନ୍ଦୁଝରରୁ ୨୦୪, କୋରାପୁଟରୁ ୩୩୮, ମାଲକାନଗିରିରୁ ୭୭, ମୟୂରଭଞ୍ଜରୁ ୪୫୮, ନବରଙ୍ଗପୁରରୁ ୩୩୪, ନୟାଗଡ଼ରୁ ୨୭୩, ନୂଆପଡ଼ାରୁ ୧୪୫, ପୁରୀରୁ ୪୭୨, ରାୟଗଡ଼ାରୁ ୧୬୩, ସମ୍ବଲପୁରରୁ ୪୦୫, ସୋନପୁରରୁ ୭୩, ସୁନ୍ଦରଗଡ଼ରୁ ୮୧୯ଜଣ ଓ ଷ୍ଟେଟ୍ ପୁଲରୁ ୨୪୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୩୩, ୩୦୨ରେ ପହଞ୍ଚିଥିବା ବେଳେ ୫,୨୬,୨୫୩ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୧ଲକ୍ଷ ୪୫୩୯ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି।
from କରୋନା | Sambad https://ift.tt/3ymL44j
0 Comments