ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନରୁ ଚଳିତ ସପ୍ତାହରେ ୫ଥର ଦୈନିକ ସଂକ୍ରମଣ ସଂଖ୍ୟା ୪ ଲକ୍ଷ ଟପିଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ମୃତ୍ୟୁସଂଖ୍ୟା ୪,୦୯୨ ରହିଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୦୩,୭୩୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪,୦୯୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୨୨,୯୬,୪୧୪ ଓ ମୃତ୍ୟୁସଂଖ୍ୟା ୨,୪୨,୩୬୨ରେ ପହଞ୍ଚିଛି।

Image Courtesy of Reuters

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୮୬,୪୪୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୮୩,୧୭,୪୦୪ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭,୩୬,୬୪୮।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୬,୯୪,୩୯,୬୬୩ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୮ ତାରିଖ ସୁଦ୍ଧା ସମୁଦାୟ ୩୦,୨୨,୭୫,୪୭୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୬୫,୪୨୮ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୦୩,୭୩୮ ନୂଆ କୋଭିଡ୍‌-୧୯ ସଂକ୍ରମିତଙ୍କ ଚିହ୍ନଟ, ମୃତ୍ୟୁସଂଖ୍ୟା ୪,୦୯୨ first appeared on Sambad.

from କରୋନା | Sambad https://ift.tt/3etjYkf