ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୪.୧୨ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩,୯୮୦ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୧୨,୨୬୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୯୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୧୦,୭୭,୪୧୦ ଓ ମୃତ୍ୟୁସଂଖ୍ୟା ୨୩, ୦୧,୬୮ରେ ପହଞ୍ଚିଛି।

Image Courtesy of Reuters

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୨୯,୧୧୩ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୭୨,୮୦,୮୪୪ରେ ପହଞ୍ଚିଛି।

Image Courtesy of India Today

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୫,୬୬,୩୯୮।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୬,୨୫,୧୩,୩୩୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୫ ତାରିଖ ସୁଦ୍ଧା ସମୁଦାୟ ୨୯,୬୭,୭୫,୨୦୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୨୩,୧୩୧ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି ୪ ଲକ୍ଷ ଟପିଲା କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା, ମୃତ୍ୟୁସଂଖ୍ୟା ୩,୯୮୦ first appeared on Sambad.

from କରୋନା | Sambad https://ift.tt/3h5R4bG