ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପୁନର୍ବାର ୪.୧୪ ଲକ୍ଷ ଟପି ଥିବା ବେଳେ ମୃତ୍ୟୁସଂଖ୍ୟା ୩,୯୧୫ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୧୪,୧୮୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୯୧୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୧୪,୯୧,୫୯୮ ଓ ମୃତ୍ୟୁସଂଖ୍ୟା ୨,୩୪,୦୮୩ରେ ପହଞ୍ଚିଛି।
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୩୧,୫୦୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୭୬,୧୨,୩୫୧ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୬,୪୫,୧୬୪।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୬,୪୯,୭୩,୦୫୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୬ ତାରିଖ ସୁଦ୍ଧା ସମୁଦାୟ ୨୯,୮୬,୦୧,୬୯୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୨୬,୪୯୦ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୧୪,୧୮୮ ନୂଆ କୋଭିଡ୍-୧୯ ସଂକ୍ରମିତଙ୍କ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୯୧୫ first appeared on Sambad.from କରୋନା | Sambad https://ift.tt/33nVHWs
0 Comments