
ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ପିକ୍ କ୍ରସ କରିସାରିଲାଣି। ସଂକ୍ରମଣ ନିମ୍ନଗାମୀ ହେଲାଣି। ଟେଷ୍ଟ ପଜିଟିଭ ରେଟ କମିଛି। ଆଜି ୧୪ ପ୍ରତିଶତ ଅଛି, ଯାହା ପିକ୍ ବେଳେ ୨୬ ପ୍ରତିଶତ ଥିଲା। ସଂକ୍ରମଣ ଧୀରେ ଧୀରେ କମିବ ବୋଲି କହିଛନ୍ତି ଡାକ୍ତର ନିରୋଜ ମିଶ୍ର ।
ସେ ଆହୁରି ବି କହିଛନ୍ତି ଯେ ଯେତିକି କଟକଣା ଅଛି ତାହାକୁ ଆହୁରି କଡ଼ାକଡ଼ି କରିବାକୁ ପଡ଼ିବ । ଡ଼ବ୍ଲୁଏଚଓ ଅନୁଯାୟୀ ପଜିଟିଭ ରେଟ ୫ ପ୍ରତିଶତ ନକମିବା ପର୍ଯ୍ୟନ୍ତ କଟକଣା କୋହଳ ନକରିବା ପାଇଁ କୁହାଯାଇଛି। ରାଜ୍ୟରେ ଲକଡ଼ାଉନ୍ ଠିକ ସମୟରେ ହୋଇଥିବାରୁ ଟିପିକାଲ ପିକ କଲାନାହିଁ। ଏହା ପ୍ଲାଟ୍ୟୁ ଷ୍ଟେଜରେ ରହିଲା।
The post ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ: କଟକଣାକୁ ଆହୁରି କଡ଼ାକଡ଼ି କରିବାକୁ ପଡ଼ିବ first appeared on Sambad.from କରୋନା | Sambad https://ift.tt/3i9dLMm
0 Comments