ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରୁ ୭୫୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯୧ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୬୫ ହଜାର ୧୩୩ରେ ପହଂଚିଛି ।

 

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ପୁରୀ ଜିଲ୍ଲାରୁ ୫୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକ ଜିଲ୍ଲାରୁ ୪୭୦, ସମ୍ବଲପୁରରୁ ୪୪୦, ଝାରସୁଗୁଡ଼ାରୁ ୪୦୩, ବରଗଡ଼ରୁ ୩୮୨, ନବରଂଗପୁରରୁ ୩୫୬, ବଲାଙ୍ଗୀରରୁ ୨୮୯, ଗଂଜାମରୁ ୨୬୧, ନୂଆପଡ଼ାରୁ ୨୫୯, କଳାହାଣ୍ଡିରୁ ୧୭୩, ନୟାଗଡ଼ରୁ ୧୫୬, ଢେଙ୍କାନାଳରୁ ୧୪୬, ଭଦ୍ରକରୁ ୧୪୨, ମୟୂରଭଂଜରୁ ୧୩୪, ଗଜପତିରୁ ୧୨୮, ଯାଜପୁରରୁ ୧୨୭, ସୁବର୍ଣ୍ଣପୁରରୁ ୧୨୧, ଅନୁଗୁଳରୁ ୧୦୮, ଜଗତସିଂହପୁରରୁ ୧୦୫ ଓ ବାଲେଶ୍ୱରରୁ ୧୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 

ସେହିଭଳି କୋରାପୁଟ ଜିଲ୍ଲାରୁ ୯୮, କେନ୍ଦ୍ରାପଡ଼ାରୁ ୮୭, ଦେବଗଡ଼ରୁ ୭୧, କନ୍ଧମାଳରୁ ୬୪, କେନ୍ଦୁଝରରୁ ୫୮, ମାଲକାନଗିରିରୁ ୫୫, ବୌଦ୍ଧରୁ ୨୬, ରାୟଗଡ଼ାରୁ ୧୭ ଓ ରାଜ୍ୟପୁଲରୁ ୨୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୭୫୬୪ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯୧ first appeared on Sambad.

from କରୋନା | Sambad https://ift.tt/3vYWsBo