ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩.୯ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟ ସର୍ବାଧିକ ରହିଛି

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୨,୪୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୬୮୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୧,୯୫,୫୭,୪୫୭ ଓ ମୃତ୍ୟୁସଂଖ୍ୟା ୨, ୧୫,୫୪୨ରେ ପହଞ୍ଚିଛି।

Image Courtesy of India Today

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୦୭,୮୬୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୫୯,୯୨,୨୭୧ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୩,୪୯,୬୪୪।

Image Courtesy of India Today

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୫,୪୯,୮୯,୬୩୫ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧ ତାରିଖ ସୁଦ୍ଧା ସମୁଦାୟ ୨୯,୦୧,୪୨,୩୩୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୦୪,୯୫୪ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩.୯ ଲକ୍ଷ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୬୮୯ first appeared on Sambad.

from କରୋନା | Sambad https://ift.tt/3eLCSSr