ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩.୨୬ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩,୮୯୦ ରହିଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୬,୦୯୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୮୯୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୪୩,୭୨,୯୦୭ ଓ ମୃତ୍ୟୁସଂଖ୍ୟା ୨,୬୬,୨୦୭ରେ ପହଞ୍ଚିଛି।

Image Courtesy of India.com

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୩,୨୯୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୦୪,୩୨,୮୯୮ରେ ପହଞ୍ଚିଛି।

Image Courtesy of Business Standard

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୬,୭୩,୮୦୨।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୮,୦୪,୫୭,୫୭୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧୪ ତାରିଖ ସୁଦ୍ଧା ସମୁଦାୟ ୩୧,୩୦,୧୭,୧୯୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୬,୯୩,୦୯୩ଟି ନମୁନା।

The post ହ୍ରାସ ପାଉଛି ସଂକ୍ରମଣ: ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୨୬,୦୯୮ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୮୯୦ first appeared on Sambad.

from କରୋନା | Sambad https://ift.tt/3bqKE34