
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩.୬୨ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୧୨୦ ରହିଥିବା ଜଣାପଡ଼ିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୨,୭୨୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪,୧୨୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୩୭,୦୩,୬୬୫ ଓ ମୃତ୍ୟୁସଂଖ୍ୟା ୨,୫୮,୩୧୭ରେ ପହଞ୍ଚିଛି।
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୨,୧୮୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୯୭,୩୪,୮୨୩ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭,୧୦,୫୨୫।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୭,୭୨,୧୪,୨୫୬ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧୨ ତାରିଖ ସୁଦ୍ଧା ସମୁଦାୟ ୩୦,୯୪,୪୮,୫୮୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୬୪,୫୯୪ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୬୨,୭୨୭ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୪,୧୨୦ first appeared on Sambad.from କରୋନା | Sambad https://ift.tt/3eEEq1I
0 Comments