ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨.୦୮ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ହଜାରରୁ ଅଧିକ ରହିଛି। ଗତକାଲି ରେକର୍ଡ ଠାରୁ ଆଜି ଉଭୟ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୮,୯୨୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪,୧୫୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୭୧,୫୭,୭୯୫ ଓ ମୃତ୍ୟୁସଂଖ୍ୟା ୩,୧୧,୩୮୮ରେ ପହଞ୍ଚିଛି।
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୨,୯୫,୯୫୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୪୩,୫୦,୮୧୬ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୪,୯୫,୫୯୧।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୦,୦୬,୬୨,୪୫୬ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୨୫ ତାରିଖ ସୁଦ୍ଧା ସମୁଦାୟ ୩୩,୪୮,୧୧,୪୯୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୨,୧୭,୩୨୦ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୦୮,୯୨୧ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୪,୧୫୭ first appeared on Sambad.from କରୋନା | Sambad https://ift.tt/3bVzcwB
0 Comments