ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୮୨୧୬ଜଣ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭୧

ଭୁବନେଶ୍ବର: କିଛି ଦିନ ହେଲା ଦୈନିକ ଆକ୍ରାନ୍ତ ୮ ହଜାର ଉପରେ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ୮୨୧୬ ନୂଆ ମାମଲା ଚିହ୍ନଟ ହୋଇଛି। ଏଥିମଧ୍ୟରୁ ସଙ୍ଗରୋଧରୁ ୪୬୮୬ ଓ ସ୍ଥାନୀୟ ସଂକ୍ରମିତ ୩୫୩୨ ଥିବା ଜଣାଯାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭୧ ଓ ସୁନ୍ଦରଗଡ଼ରୁ ୬୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୁଳରୁ ୩୯୪, ବଲାଙ୍ଗୀରରୁ ୩୦୫, ସମ୍ବଲପୁରରୁ ୩୮୫, ବରଗଡ଼ରୁ ୩୭୫, ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡ଼ାରୁ ୩୧୬,  ବାଲେଶ୍ୱରରୁ ୩୦୨, ନୂଆପଡ଼ାରୁ ୨୬୧, ନୟାଗଡ଼ରୁ ୨୫୦, ସୁବର୍ଣ୍ଣପୁରରୁ ୨୪୮, କଳାହାଣ୍ଡିରୁ ୨୩୮ ଓ ରାୟଗଡ଼ାରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି।

ଅପରପକ୍ଷରେ ମୟୂରଭଞ୍ଜ ଜିଲ୍ଲାରୁ ୧୯୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧୩୩, କେନ୍ଦୁଝରରୁ ୧୨୯, ଗଜପତିରୁ ୧୨୧, ଜଗତସିଂହପୁରରୁ ୧୦୬, ବୌଦ୍ଧ ଓ ଦେବଗଡ଼ରୁ ୯୮ ଲେଖାଏଁ, କେନ୍ଦ୍ରାପଡ଼ାରୁ ୮୭, କନ୍ଧମାଳରୁ ୭୭, ଗଞ୍ଜାମରୁ ୬୯, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭ ଓ ମାଲକାନଗିରି ଜିଲ୍ଲାରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି।

ଆଜିକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪, ୭୯୭୫୨ ଥିବା ବେଳେ ଏଥିମଧ୍ୟରୁ ୪,୦୪୪୬୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ବି ୭୩୫୪୮ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ସେହିପରି ଦିନକରେ ୧୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

The post ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୮୨୧୬ଜଣ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭୧ first appeared on Sambad.

from କରୋନା | Sambad https://ift.tt/3hcCU8P

Post a Comment

0 Comments