
ଭୁବନେଶ୍ବର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୧,୪୯୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୬୪୩୯ ଚିହ୍ନଟ ହୋଇଥିବା ବେଳେ ୫୦୫୯ଜଣ ସ୍ଥାନୀୟ ଆକ୍ରାନ୍ତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୯୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୧୦୭ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି।
New recoveries: 10036
Cumulative tested: 11118984
Positive: 655899
Recovered: 546631
Active cases: 106812— I & PR Department, Odisha (@IPR_Odisha) May 20, 2021
ଅପରପକ୍ଷରେ ଅନୁଗୁଳରୁ ୮୬୭, ବରଗଡ଼ରୁ ୩୯୫, ଭଦ୍ରକରୁ ୧୩୪, ବାଲେଶ୍ୱରରୁ ୫୨୪, ବଲାଙ୍ଗୀରରୁ ୨୯୪, ବୌଦ୍ଧରୁ ୩୧୩, ଦେବଗଡ଼ରୁ ୧୧୪, ଢେଙ୍କାନାଳରୁ ୨୫୧, ଗଜପତିରୁ ୮୬, ଗଞ୍ଜାମରୁ ୨୨୮, ଜଗତସିଂହପୁରରୁ ୩୨୫, ଯାଜପୁରରୁ ୩୭୮, ଝାରସୁଗୁଡ଼ାରୁ ୨୪୭ , କଳାହାଣ୍ଡିରୁ ୨୦୫, କନ୍ଧମାଳରୁ ୧୦୧, କେନ୍ଦ୍ରାପଡ଼ାରୁ ୨୦୪, କେନ୍ଦୁଝରରୁ ୧୯୩, କୋରାପୁଟରୁ ୨୬୬, ମାଲକାନଗିରିରୁ ୧୧୦, ମୟୂରଭଞ୍ଜରୁ ୫୩୮, ନବରଙ୍ଗପୁରରୁ ୩୪୬, ନୟାଗଡ଼ରୁ ୩୮୨, ନୂଆପଡ଼ାରୁ ୧୫୨, ପୁରୀରୁ ୪୨୪, ରାୟଗଡ଼ାରୁ ୨୩୩, ସମ୍ବଲପୁରରୁ ୩୯୩, ସୋନପୁରରୁ ୨୧୭, ସୁନ୍ଦରଗଡ଼ରୁ ୭୦୩ଜଣ ଓ ଷ୍ଟେଟ୍ ପୁଲରୁ ୨୬୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୫୫, ୮୯୯ରେ ପହଞ୍ଚିଥିବା ବେଳେ ୫,୪୬,୬୩୧ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୧ଲକ୍ଷ ୬୮୧୨ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି।
The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୧,୪୯୮ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୯୭ first appeared on Sambad.from କରୋନା | Sambad https://ift.tt/3oxZ86G
0 Comments