ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୯୬ ଲକ୍ଷକୁ ଖସି ଆସିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩.୫ ହଜାରକୁ ହ୍ରାସ ପାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ମଙ୍ଗଳବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୯୬,୪୨୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୫୧୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୬୯,୪୮,୮୭୪ ଓ ମୃତ୍ୟୁସଂଖ୍ୟା ୩,୦୭,୨୩୧ରେ ପହଞ୍ଚିଛି।
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୨୬,୮୫୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୪୦,୫୪,୮୬୧ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୫,୮୬,୭୮୨।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୯,୮୫,୩୮,୯୯୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୨୪ ତାରିଖ ସୁଦ୍ଧା ସମୁଦାୟ ୩୩,୨୫,୯୪,୧୭୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୫୮,୧୧୨ଟି ନମୁନା।
The post କମୁଛି ସଂକ୍ରମଣ ଓ ମୃତ୍ୟୁ: ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୯୬,୪୨୭ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୫୧୧ first appeared on Sambad.from କରୋନା | Sambad https://ift.tt/2QSnonI
0 Comments