ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୩.୪୮ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୨୦୫ ରହିଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୪୮,୪୨୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪,୨୦୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୩୩,୪୦,୯୩୮ ଓ ମୃତ୍ୟୁସଂଖ୍ୟା ୨,୫୪,୧୯୭ରେ ପହଞ୍ଚିଛି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୫,୩୩୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୯୩,୮୨,୬୪୨ରେ ପହଞ୍ଚିଛି।

Image Courtesy of Sky News

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭,୦୪,୦୯୯।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୭,୫୨,୩୫,୯୯୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧୧ ତାରିଖ ସୁଦ୍ଧା ସମୁଦାୟ ୩୦,୭୫,୮୩,୯୯୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୮୩,୮୦୪ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୪୮,୪୨୧ ନୂଆ କୋଭିଡ୍‌-୧୯ ସଂକ୍ରମିତଙ୍କ ଚିହ୍ନଟ, ମୃତ୍ୟୁସଂଖ୍ୟା ୪,୨୦୫ first appeared on Sambad.

from କରୋନା | Sambad https://ift.tt/3eDjbNv