ଭୁବନେଶ୍ବର: ରାଜ୍ୟରେ କୋଭିଡ ସ୍ଥିତିକୁ ଦେଖି ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ପୂର୍ବରୁ ନାଇଟ କର୍ଫ୍ୟୁ ଓ ସଟଡାଉନ ଭଳି ପଦକ୍ଷେପ ନିଆଯାଇଥିବା ବେଳେ ଏବେ ରାଜ୍ୟକୁ ୧୪ଦିନ ପାଇଁ ଲକଡାଉନ କରାଯିବ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର। ମେ’୫ରୁ ୧୯ପର୍ଯ୍ୟନ୍ତ ରାଜ୍ୟର ସବୁ ଜିଲ୍ଲାରେ ଲକଡାଉନ ହେବ। ଏହି ସମୟ ମଧ୍ୟରେ ସ୍ବାସ୍ଥ୍ୟ ଓ ଜରୁରୀ ସେବା ଜାରି ରହିବ।

ଘରଠୁ ୫୦୦ମିଟର ଦୂରତା ଭିତରେ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଭିତରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିପାରିବେ ଲୋକେ। ଚାଲି ଚାଲି ଯାଇ ଲୋକେ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ କୁହାଯାଇଛି ।

ଲକଡାଉନ ଅବଧି ମଧ୍ୟରେ ପୂର୍ବ ପରି ଶନିବାର ଓ ରବିବାର ସପ୍ତାହାନ୍ତ ସଟଡାଉନ ବଳବତ୍ତର ରହିବ। ଲକଡାଉନ ସମୟରେ ଟିକାକରଣ ଜାରି ରହିବା ସହ କୋଭିଡ ପରୀକ୍ଷା ପାଇଁ ଅନୁମତି ମିଳିବ। ନିର୍ବାଚନୀ କାର୍ଯ୍ୟ ଉପରେ କୌଣସି କଟକଣା ନ ରହିବା ସହ ପରିବହନ ସେବା କଟକଣା ମୁକ୍ତ ହେବ। ହସ୍ପିଟାଲ, କ୍ଲିନିକ, ନର୍ସିଂହୋମ, ଟେଲି ମେଡିସିନ ସେବା ଜାରି ରହିବ। ଏନେଇ ଓଡ଼ିଶାର ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

The post କୋଭିଡ ସ୍ଥିତିକୁ ଦେଖି ଓଡ଼ିଶାକୁ ମେ’୫ରୁ ୧୯ପର୍ଯ୍ୟନ୍ତ ଲକଡାଉନ କଲେ ରାଜ୍ୟ ସରକାର first appeared on Sambad.

from କରୋନା | Sambad https://ift.tt/3ebjQWp