ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୨ ଲକ୍ଷରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ପୁଣି ୩ ହଜାର ଟପିଯାଇଛି। ଗତ ୫୮ ଦିନ ମଧ୍ୟରେ ଆଜି ହେଉଛି ସର୍ବନିମ୍ନ ଦୈନିକ ସଂକ୍ରମଣ ରିପୋର୍ଟ ହୋଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୦,୫୨୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୩୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୮୬,୯୪,୮୭୯ ଓ ମୃତ୍ୟୁସଂଖ୍ୟା ୩,୪୪,୦୮୨ରେ ପହଞ୍ଚିଛି।

Image Courtesy of Bloomberg

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୯୭,୮୯୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୭,୯୫,୫୪୯ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫,୫୫,୨୪୮।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୨,୭୮,୬୦,୩୧୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୪ ତାରିଖ ସୁଦ୍ଧା ସମୁଦାୟ ୩୬,୧୧,୭୪,୧୪୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୮୪,୪୨୧ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୨୦,୫୨୯ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୩୮୦ first appeared on Sambad.

from କରୋନା | Sambad https://ift.tt/3uTo7Tw