ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୩୨ ଲକ୍ଷକୁ ଖସି ଆସିଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାରରୁ ସାମାନ୍ୟ ଅଧିକ ଅଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୨,୭୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୨୦୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୮୩,୦୭,୮୩୨ ଓ ମୃତ୍ୟୁସଂଖ୍ୟା ୩,୩୫,୧୦୨ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୩୧,୪୫୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୧,୭୯,୦୮୫ରେ ପହଞ୍ଚିଛି।

Image Courtesy of India Today

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭,୯୩,୬୪୫।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୧,୮୫,୪୬,୬୬୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୧ ତାରିଖ ସୁଦ୍ଧା ସମୁଦାୟ ୩୫,୦୦,୫୭,୩୦୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୧୯,୭୭୩ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୩୨,୭୮୮ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୨୦୭ first appeared on Sambad.

from କରୋନା | Sambad https://ift.tt/3cbbY5K