
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୧ ହଜାରରୁ ସାମାନ୍ୟ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୮,୭୮୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୦୦୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୪,୧୧,୬୩୪ ଓ ମୃତ୍ୟୁସଂଖ୍ୟା ୩,୯୯,୪୫୯ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୬୧,୫୮୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୪,୮୮,୯୧୮ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୨୩,୨୫୭।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୩,୫୭,୧୬,୦୧୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୩୦ ତାରିଖ ସୁଦ୍ଧା ସମୁଦାୟ ୪୧,୨୦,୨୧,୪୯୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୨୧,୪୫୦ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୮,୭୮୬ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୧,୦୦୫ first appeared on Sambad.from କରୋନା | Sambad https://ift.tt/3jrhllU
0 Comments