ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୧୪ ଲକ୍ଷରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାର ତଳକୁ ରହିଛି। ଗତ ୫୯ ଦିନ ମଧ୍ୟରେ ଆଜି ସର୍ବନିମ୍ନ ଦୈନିକ ସଂକ୍ରମଣ ରିପୋର୍ଟ ହୋଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୪,୪୬୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୬୭୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୮୮,୦୯,୩୩୯ ଓ ମୃତ୍ୟୁସଂଖ୍ୟା ୩,୪୬,୭୫୯ରେ ପହଞ୍ଚିଛି।

Image Courtesy of NDTV

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୮୯,୨୩୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୯,୮୪,୭୮୧ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪,୭୭,୭୯୯।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୩,୧୩,୨୨,୪୧୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୫ ତାରିଖ ସୁଦ୍ଧା ସମୁଦାୟ ୩୬,୪୭,୪୬,୨୫୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୩୬,୩୧୧ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୧୪,୪୬୦ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୨,୬୭୭ first appeared on Sambad.

from କରୋନା | Sambad https://ift.tt/3uWhHmv