ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ହାର ଆଶାନୁରୂପ ଭାବେ କମୁନଥିବାରୁ ରାଜ୍ୟ ସରକାର ଆଜି ଆଂଶିକ ଲକଡାଉନକୁ ଆସନ୍ତା ଜୁଲାଇ ୧୬ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଘୋଷଣା କରିଛନ୍ତି। ସଂକ୍ରମଣ ହାର ଅନୁସାରେ ରାଜ୍ୟର ଜିଲ୍ଲାଗୁଡ଼ିକୁ ଦୁଇଟି ଭାଗରେ ବିଭକ୍ତ କରି କଟକଣା ଲାଗୁ କରାଯାଇଛି ।

ରାଜ୍ୟର ୨୦ଟି ଜିଲ୍ଲାକୁ କ୍ୟାଟେଗୋରୀ –ଏ ରେ ରଖାଯାଇଥିବାବେଳେ ଉପକୂଳବର୍ତ୍ତୀ ୧୦ଟି ଜିଲ୍ଲାକୁ କ୍ୟାଟେଗୋରୀ –ବି ରେ ରଖାଯାଇଛି । କ୍ୟାଟେଗୋରୀ –ଏ ରେ ଥିବା ୨୦ଟି ଜିଲ୍ଲାରେ ପଜିଟିଭିଟି ହାର ୫ ପ୍ରତିଶତରୁ କମ ଥିବାରୁ ସେଠାରେ ସପ୍ତାହାନ୍ତ ସଟଡାଉନକୁ ହଟାଇଦିଆଯାଇଥିବାବେଳେ ସକାଳ ୬ ଟାରୁ ସଂଧ୍ୟା ୬ ଟା ପର୍ୟ୍ୟନ୍ତ କଟକଣାକୁ କୋହଳ କରାଯାଇଛି । ସଂଧ୍ୟା ୬ଟାରୁ ସକାଳ ୬ଟା ପର୍ୟ୍ୟନ୍ତ ରାତ୍ରୀ କର୍ଫ୍ୟୁ ଲାଗୁ ହେବ । ଏହି ୨୦ଟି ଜିଲ୍ଲାରେ ବସ, ଅଟୋ ଓ ଟାକ୍ସି ପରିବହନକୁ ଅନୁମତି ଦିଆଯାଇଛି । ସାପ୍ତାହିକ ହାଟ ଓ ମାର୍କେଟ ଓ ସେଲୁନ ଖୋଲିବାକୁ ଅନୁମତି ଦିଆଯାଇଛି । ତେବେ ମଲ, ବିଉଟି ପାର୍ଲର ବନ୍ଦ ରହିବ ।

ଅନ୍ୟପକ୍ଷରେ, କ୍ୟାଟେଗୋରୀ –ବି ରେ ଥିବା ୧୦ଟି ଜିଲ୍ଲା ହେଲା ନୟାଗଡ଼, ପୁରୀ, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, ମୟୁରଭଞ୍ଜ, ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡ଼ା । ଏସବୁ ଜିଲ୍ଲାରେ ସପ୍ତାହାନ୍ତ ସଟଡାଉନକୁ ପୂର୍ବଭଳି ଲାଗୁ ରହିବ ଓ ସକାଳ ୬ ଟାରୁ ଅପରାହ୍ଣ ୨ଟା ପର୍ୟ୍ୟନ୍ତ କଟକଣାକୁ କୋହଳ କରାଯାଇଛି । ଏସବୁ ଜିଲ୍ଲାରେ ବସ ପରିବହନ ଉପରେ କଟକଣା ଜାରି ରହିବ । ଏସବୁ ଜିଲ୍ଲାରେ ଚା ଓ ଉଠା ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି । ତେବେ ମଲ, ବିଉଟି ପାର୍ଲର ବନ୍ଦ ରହିବ ।

The post ଜୁଲାଇ ୧୬ ପର୍ଯ୍ୟନ୍ତ ବଢିଲା ଆଂଶିକ ଲକଡାଉନ, ଉପକୂଳବର୍ତ୍ତୀ ୧୦ ଜିଲ୍ଲାରେ ସକାଳ ୬ରୁ ଦିନ ୨ଟା ପର୍ଯ୍ୟନ୍ତ କଟକଣା first appeared on Sambad.

from କରୋନା | Sambad https://ift.tt/3qBaqrH