
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୮୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ହଜାରୁ କିଛି ଅଧିକ ରହିଛି। ବିଗତ ୭୧ ଦିନ ମଧ୍ୟରେ ଆଜି ସର୍ବନିମ୍ନ ନୂତନ ସଂକ୍ରମଣ ରେକର୍ଡ କରାଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୦,୮୩୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୩୦୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୯୪,୩୯,୯୮୯ ଓ ମୃତ୍ୟୁସଂଖ୍ୟା ୩,୭୦,୩୮୪ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୩୨,୦୬୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୦,୪୩,୪୪୬ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦,୨୬,୦୪୮।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୫,୩୧,୯୫,୦୪୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୧୨ ତାରିଖ ସୁଦ୍ଧା ସମୁଦାୟ ୩୭,୮୧,୩୨,୪୭୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୦୦,୩୧୨ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୦,୮୩୪ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୩୦୩ first appeared on Sambad.from କରୋନା | Sambad https://ift.tt/3wg9M50
0 Comments