ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୯୪ ହଜାର ଥିବା ବେଳେ ମୃତ୍ୟୁସଂଖ୍ୟା ୬୦୦୦ ଟପିଯାଇଛି। ବିହାର ରାଜ୍ୟ ମୃତ୍ୟୁସଂଖ୍ୟା ସଂଶୋଧନ କରିବାରୁ ଆଜି ଦୈନିକ ମୃତ୍ୟୁସଂଖ୍ୟା ସର୍ବାଧିକ ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୪,୦୫୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୬୧୪୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୯୧,୮୩,୧୨୧ ଓ ମୃତ୍ୟୁସଂଖ୍ୟା ୩,୫୯,୬୭୬ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୫୧,୩୬୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୭୬,୫୫,୪୯୩ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧,୬୭,୯୫୨।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୪,୨୭,୨୬,୬୯୩ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୯ ତାରିଖ ସୁଦ୍ଧା ସମୁଦାୟ ୩୭,୨୧,୯୮,୨୫୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୦୪,୬୯୦ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୪,୦୫୨ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୬୧୪୮ first appeared on Sambad.from କରୋନା | Sambad https://ift.tt/3csvsCX
0 Comments