ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୬୨ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୨.୫ ହଜାରରୁ ସାମାନ୍ୟ ଅଧିକ ‌ଥିବା ରେକର୍ଡ କରାଯାଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୨,୨୨୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୫୪୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୯୬,୩୩,୧୦୫ ଓ ମୃତ୍ୟୁସଂଖ୍ୟା ୩,୭୯,୫୭୩ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୦୭,୬୨୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୩,୮୮,୧୦୦ରେ ପହଞ୍ଚିଛି।

Image Courtesy of NDTV

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮,୬୫,୪୩୨।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୬,୧୯,୭୨,୦୧୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୧୫ ତାରିଖ ସୁଦ୍ଧା ସମୁଦାୟ ୩୮,୩୩,୦୬,୯୭୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୩୦,୯୮୭ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୨,୨୨୪ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୨,୫୪୨ first appeared on Sambad.

from କରୋନା | Sambad https://ift.tt/2TAIA2q