ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୯୧ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩୦୦୦ ଉପରେ  ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୧,୭୦୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୪୦୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୯୨,୭୪,୮୨୩ ଓ ମୃତ୍ୟୁସଂଖ୍ୟା ୩,୬୩,୦୭୧ରେ ପହଞ୍ଚିଛି।

Image Courtesy of Times of India

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୩୪,୫୮୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୭୭,୯୦,୦୭୩ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧,୨୧,୬୭୧।

Image Courtesy of Sangbad Pratidin

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୪,୬୦,୮୫,୬୪୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୧୦ ତାରିଖ ସୁଦ୍ଧା ସମୁଦାୟ ୩୭,୪୨,୪୨,୩୮୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୪୪,୧୩୧ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୧,୭୦୨ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୪୦୩ first appeared on Sambad.

from କରୋନା | Sambad https://ift.tt/3pK4Ov6