ନୂଆପଡ଼ା: ନୂଆପଡ଼ା ବିଧାୟକ ରାଜନ୍ଦ୍ରେ ଢୋଲକିଆ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ତାଙ୍କୁ ଚିକିତ୍ସା ପାଇଁ ରାୟପୁରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜଣାପଡିଛି। ବିଧାୟକ ଶ୍ରୀ ଢୋଲକିଆ ରବିବାର ଅସୁସ୍ଥ ଅନୁଭବ କରିଥିଲେ। ମଧ୍ୟାହ୍ନରେ ଖରିଆର ରୋଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ପରୀକ୍ଷା କରିବାରୁ ରିପୋର୍ଟ ପଜିଟିଭ ଆସିଥିଲା। ସେହିପରି ତାଙ୍କର ବ୍ୟକ୍ତିଗତ ସୁରକ୍ଷାକର୍ମୀ ଓ ଡ୍ରାଇଭର ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ସୋମବାର ସକାଳେ ବିଧାୟକଙ୍କୁ ଅଧିକ ଚିକିତ୍ସା ପାଇଁ ରାୟପୁର ନିଆଯାଇଥିଲା। ନୂଆପଡ଼ା ବିଜେଡି କର୍ମକର୍ତ୍ତା ତଥା ଜନସାଧରଣ ବିଧାୟକଙ୍କ ତୁରନ୍ତ ଆରୋଗ୍ୟ କାମନା କରିଛନ୍ତି।

The post ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ କରୋନା ସଂକ୍ରମିତ first appeared on Sambad.

from କରୋନା | Sambad https://ift.tt/3pxuV8q