ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୫ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। ଦୀର୍ଘ ୮୧ ଦିନ ପରେ ଆଜି ସଂକ୍ରମଣ ସଂଖ୍ୟା ୬୦ ହଜାରରୁ କମ୍ ଥିବା ରେକର୍ଡ କରାଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୮,୪୧୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୫୭୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୯୮,୮୧,୯୬୫ ଓ ମୃତ୍ୟୁସଂଖ୍ୟା ୩,୮୬,୭୧୩ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୮୭,୬୧୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୭,୬୬,୦୦୯ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭,୨୯,୨୪୩।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୭,୬୬,୯୩,୫୭୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୧୯ ତାରିଖ ସୁଦ୍ଧା ସମୁଦାୟ ୩୯,୧୦,୧୯,୦୮୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୧୧,୪୪୬ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮,୪୧୯ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୧,୫୭୬ first appeared on Sambad.from କରୋନା | Sambad https://ift.tt/3zDWVeV
0 Comments