ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୩୪ ଲକ୍ଷକୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାର ତଳେ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୪,୧୫୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୮୮୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୮୪,୪୧,୯୮୬ ଓ ମୃତ୍ୟୁସଂଖ୍ୟା ୩,୩୭,୯୮୯ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୧୧,୪୯୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୩,୯୦,୫୮୪ରେ ପହଞ୍ଚିଛି।

Image Courtesy of India Today

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭,୧୩,୪୧୩।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୨,୧୦,୪୩,୬୯୩ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Image Courtesy of Zee News

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨ ତାରିଖ ସୁଦ୍ଧା ସମୁଦାୟ ୩୫,୩୭,୮୨,୬୪୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୧,୫୯,୮୭୩ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୩୪,୧୫୪ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୨,୮୮୭ first appeared on Sambad.

from କରୋନା | Sambad https://ift.tt/34F6CLY