ଭୁବନେଶ୍ବର: ଗ୍ଲୋବାଲ ଟେଣ୍ଡରରୁ ଓଡ଼ିଶାକୁ ବିଦେଶୀ କମ୍ପାନି କରୋନା ଟିକା ମିଳିବା ନେଇ ସନ୍ଦେହ ବଢିଛି। କେନ୍ଦ୍ର  ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଲେଖିଥିବା ଚିଠିରୁ ଏହି ସୂଚନା ମିଳିଛି। ମନ୍ତ୍ରୀ ଲେଖିଛନ୍ତି ରାଜ୍ୟର ଟିକା ଆବଶ୍ୟକତା ପୁରଣ କରିବାକୁ ଗ୍ଲୋବାଲ ଟେଣ୍ଡର ପାଇଁ ପ୍ରି-ବିଡ଼ ମିଟିଂ କରାଯାଇଥିଲା। ହେଲେ ଏଥିରେ ସାମିଲ ହୋଇନଥିଲେ ସେରମ୍ ଇନଷ୍ଟିଚ୍ୟୁଟ୍ ଓ ଭାରତ ବାୟୋଟେକ୍। ରାଜ୍ୟର ଆବଶ୍ୟକତା ଅନୁଯାୟୀ ଏହି ଦୁଇ କମ୍ପାନି ଟିକା ଯୋଗାଇ ପାରୁନାହାଁନ୍ତି।
ସେପଟେ ଗ୍ଲୋବାଲ ଟେଣ୍ଡର ଜରିଆରେ ଓଡ଼ିଶା ସରକାର ବିଦେଶୀ କମ୍ପାନି ଠାରୁ ଟିକା କିଣିବାକୁ ଚାହୁଁଛନ୍ତି। ହେଲେ ଅନ୍ୟ ରାଜ୍ୟରେ ହୋଇଥିବା ଗ୍ଲୋବାଲ ଟେଣ୍ଡରରେ କେହି ବିଦେଶୀ କମ୍ପାନୀ ରାଜ୍ୟକୁ ଟିକା ଯୋଗାଣ ପାଇଁ ରାଜି ହେଉନଥିବା ମିଡ଼ିଆ ରିପୋର୍ଟ ପ୍ରକାଶ ପାଇଛି । ମଡ଼ର୍ଣ୍ଣା ଓ ଫାଇଜର ଭଳି ବିଦେଶୀ କମ୍ପାନି କେବଳ କେନ୍ଦ୍ର ସରକାରଙ୍କ ସହ ଡ଼ିଲ କରିବାକୁ ଚାହୁଁଛନ୍ତି । ତେଣୁ ମନ୍ତ୍ରୀ ଚିଠିରେ ଲେଖିଛନ୍ତି କେନ୍ଦ୍ର ସରକାର ଏହି କମ୍ପାନି ଠାରୁ ଟିକା ଆଣି ରାଜ୍ୟକୁ ଯୋଗାଇ ଦିଅନ୍ତୁ। ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ।

The post ଗ୍ଲୋବାଲ ଟେଣ୍ଡରରୁ ଓଡ଼ିଶାକୁ ଟିକା ମିଳିବା ନେଇ ବଢିଲା ସନ୍ଦେହ: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ନବ ଦାସଙ୍କ ଚିଠିରୁ ସୂଚନା first appeared on Sambad.

from କରୋନା | Sambad https://ift.tt/3caQ9Dk