ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ କିଛି କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୮ଶହରୁ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୫,୯୫୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୮୧୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୩,୬୨,୮୪୮ ଓ ମୃତ୍ୟୁସଂଖ୍ୟା ୩,୯୮,୪୫୪ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୬୦,୭୨୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୪,୨୭,୩୩୦ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୩୭,୦୬୪।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୩,୨୮,୫୪,୫୨୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨୯ତାରିଖ ସୁଦ୍ଧା ସମୁଦାୟ ୪୧,୦୧,୦୦,୦୪୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୬୦,୭୫୭ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫,୯୫୧ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୮୧୭ first appeared on Sambad.from କରୋନା | Sambad https://ift.tt/3x9vJTL
0 Comments