ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୩ ହଜାରରୁ ସାମାନ୍ୟ ଅଧିକ ‌ଥିବା ରେକର୍ଡ କରାଯାଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୦,୮୪୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୩୫୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୦,୨୮,୭୦୯ ଓ ମୃତ୍ୟୁସଂଖ୍ୟା ୩,୯୦,୬୬୦ରେ ପହଞ୍ଚିଛି।

Image Courtesy of India Today

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୬୮,୮୧୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୯,୯୪,୮୫୫ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬,୪୩,୧୯୪।

Image Courtesy of India TV News

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୯,୪୬,୩୯,୫୧୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨୦ ତାରିଖ ସୁଦ୍ଧା ସମୁଦାୟ ୩୯,୫୯,୭୩,୧୯୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୦୧,୦୫୬ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦,୮୪୮ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୧,୩୫୮ first appeared on Sambad.

from କରୋନା | Sambad https://ift.tt/3gZ4Vi3