
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୨ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୦,୦୪୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୨୫୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୨,୩୩,୧୮୩ ଓ ମୃତ୍ୟୁସଂଖ୍ୟା ୩,୯୫,୭୫୧ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୭,୯୪୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୨,୫୧,୦୨୯ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୮୬,୪୦୩।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୨,୧୭,୬୦,୦୭୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨୫ ତାରିଖ ସୁଦ୍ଧା ସମୁଦାୟ ୪୦,୩୫,୮୯,୨୦୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୭୭,୩୦୯ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦,୦୪୦ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୧,୨୫୮ first appeared on Sambad.from କରୋନା | Sambad https://ift.tt/35SiNWf
0 Comments