ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ଏପ୍ରିଲ୍ ମାସ ପରଠାରୁ ପ୍ରଥମ ଥର ପାଇଁ ଏକ ହଜାର ତଳକୁ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୬,୧୪୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯୭୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୨,୩୩,୧୮୩ ଓ ମୃତ୍ୟୁସଂଖ୍ୟା ୩,୯୬,୭୩୦ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୮,୫୭୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୩,୫୧,୦୨୯ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୭୨,୯୯୪।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୨,୩୬,୬୩,୨୯୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨୭ ତାରିଖ ସୁଦ୍ଧା ସମୁଦାୟ ୪୦,୬୩,୭୧,୨୭୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୭୦,୫୧୫ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୬,୧୪୮ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୯୭୯ first appeared on Sambad.from କରୋନା | Sambad https://ift.tt/2Sxs1o3
0 Comments