ଭୁବନେଶ୍ବର: ଟିକା ଅନୁପାତରେ ପରିବର୍ତ୍ତନ ପାଇଁ ଚିଠି ଲେଖିଲା ଓଡ଼ିଶା । ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତେ ୫ ପ୍ରତିଶତ ଟିକା ଯୋଗାଣ ପାଇଁ ଦାବି। ପରିବର୍ତିତ କୋଭିଡ ଟିକାକରଣ ଗାଇଡ ଲାଇନ ଅନୁଯାୟୀ, ଘରୋଇ ହସ୍ପିଟାଲଗୁଡ଼ିକ ଟିକା ପ୍ରସ୍ତୁତ କମ୍ପାନି ଠାରୁ ସିଧାସଳଖ ଭାବେ ୨୫ ପ୍ରତିଶତ ଟିକା କିଣିପାରିବେ। ଏବେ ସୁଦ୍ଧା ଓଡ଼ିଶାର ୭ଟି ହସ୍ପିଟାଲ କମ୍ପାନୀଠାରୁ ଟିକା ପାଇଛନ୍ତି । ଓଡ଼ିଶାରେ ଲୋକସଂଖ୍ୟା ଅନୁପାତରେ ଘରୋଇ ହସ୍ପିଟାଲ ସଂଖ୍ୟା ବହୁତ କମ୍ । ଏହା ରାଜ୍ୟରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ମାତ୍ର ୫ ପ୍ରତିଶତ।

ଏଥିରୁ ଆଶଙ୍କା କରାଯାଉଛି ଯେ ପ୍ରଚଳିତ ଗାଇଡଲାଇନ ଅନୁସାରେ ରାଜ୍ୟ ତାର ୨୫ ପ୍ରତିଶତ ଟିକା ଅନୁଦାନକୁ ହରାଇବ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ସଚିବଙ୍କୁ ଏନେଇ ଅବଗତ କରି ସାରିଛନ୍ତି। ଏହି ୭୫ ଓ ୨୫ ଅନୁପାତକୁ ପରିବର୍ତ୍ତନ କରି ୯୫ ଓ ୫ ପ୍ରତିଶତ କରିବା ପାଇଁ ସେ ଦାବି କରିଛନ୍ତି। ଏହାଫଳରେ ରାଜ୍ୟର ଅନୁପାତ ହାରରେ ଘରୋଇ ହସ୍ପିଟାଲଗୁଡିକ ଆବଶ୍ୟକ ଟିକା କିଣି ପାରିବେ।

The post ଟିକା ଅନୁପାତରେ ପରିବର୍ତ୍ତନ ପାଇଁ ଦାବି କଲା ଓଡ଼ିଶା first appeared on Sambad.

from କରୋନା | Sambad https://ift.tt/3h1OkdG