ଭୁବନେଶ୍ବର: ସହରାଞ୍ଚଳ ଉଠାଦୋକାନୀଙ୍କ ପାଇଁ ୨୬ କୋଟି ୨୯ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି । ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ ରହିଛି। ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଉନ୍ ଯୋଗୁଁ ସହରାଞ୍ଚଳର ଉଠାଦୋକାନୀଙ୍କମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀ ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କରିଛନ୍ତି । ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ ଉପକୃତ ହେବେ।

The post ସହରାଞ୍ଚଳ ଉଠାଦୋକାନୀଙ୍କ ପାଇଁ ୨୬ କୋଟି ୨୯ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଲେ ମୁଖ୍ୟମନ୍ତ୍ରୀ first appeared on Sambad.

from କରୋନା | Sambad https://ift.tt/3wfT06h