୨୪ ଘଣ୍ଟା ମଧ୍ୟରେ ଦେଶରେ ୯୨,୫୯୬ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୨,୨୧୯

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୯୨,୫୦୦  ଥିବା ବେଳେ ମୃତ୍ୟୁସଂଖ୍ୟା ପ୍ରାୟ ୨୨୦୦ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୨,୫୯୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୨୧୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୯୦,୮୯,୦୬୯ ଓ ମୃତ୍ୟୁସଂଖ୍ୟା ୩,୫୩,୫୨୮ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୬୨,୬୬୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୭୫,୦୪,୧୨୬ରେ ପହଞ୍ଚିଛି।

Image Courtesy of India Today

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨,୩୧,୪୧୫।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୩,୯୦,୫୮,୩୬୦ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୮ ତାରିଖ ସୁଦ୍ଧା ସମୁଦାୟ ୩୭,୦୧,୯୩,୫୬୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୮୫,୯୬୭ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୨,୫୯୬ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୨,୨୧୯ first appeared on Sambad.

from କରୋନା | Sambad https://ift.tt/3x7rl7j

Post a Comment

0 Comments