
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୪ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯୬୬କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୪ ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା ଓ ଭଦ୍ରକ ଜିଲ୍ଲାରୁ ସର୍ବାଧିକ ଥିବା ୮ ଜଣ ଲେଖାଏଁ ଜଣାଯାଇଛି। ଅପରପକ୍ଷରେ ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏଁ ଅଛନ୍ତି। ଏହାଛଡ଼ା କେନ୍ଦ୍ରାପଡ଼ା ଜିଲ୍ଲାରୁ ୪, ଢେଙ୍କାନାଳ, ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଜଣାଯାଇଛି। ଠିକ୍ ସେହିପରି ବାଲେଶ୍ବର, ବରଗଡ଼, ଅନୁଗୁଳ, ଝାରସୁଗୁଡ଼ା ଓ ମୟୂରଭଞ୍ଜ ୨ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୭, ୨୬୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୫୪, ୯୨୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬, ୩୮୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.from କରୋନା | Sambad https://ift.tt/3ifabjC
0 Comments