ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୯୬କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ଅପରପକ୍ଷରେ ବରଗଡ଼ ଜିଲ୍ଲାରୁ ୫, ସୁନ୍ଦରଗଡ଼ ଜିଲ୍ଲାରୁ ୪, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ ସଂକ୍ରମିତଙ୍କ ପ୍ରାଣହାନି ଘଟିଛି। ଠିକ୍ ସେହିପରି ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, ପୁରୀ ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଏବେ ରାଜ୍ୟରେ ୯,୨୧,୮୯୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୮୭,୪୨୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୦, ୨୨୭ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୨ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/3yp2ix5