ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା ଜଣାଯାଇଛି। ଅପରପକ୍ଷରେ ବରଗଡ଼, ଢେଙ୍କାନାଳରୁ ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ ଥିବା ବେଳେ କଟକ, ଯାଜପୁର, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଭଦ୍ରକ, ଦେବଗଡ଼, ଗଞ୍ଜାମ ଓ ଜଗତସିଂହପୁରରୁ ୨ ଜଣ ଲେଖାଏଁ ଏବଂ କେନ୍ଦୁଝର, କନ୍ଧମାଳ, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଅଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୪୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୪୨୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୦୫୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୨୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଏଣେ ଏଯାବତ୍ ରାଜ୍ୟରେ ମୋଟ୍ ୯,୨୭,୧୮୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୯୪,୧୦୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୮, ୭୩୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/2TCPMeR