ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୬୮ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ 

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୬୮ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି।

କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୮ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ ଜଣ ଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭, ବରଗଡ଼ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୫, ପୁରୀରୁ ୪, ଅନୁଗୁଳ ଓ ଯାଜପୁରରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବାଲେଶ୍ୱର, କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।

ଏଣେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧,୯୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩୧୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୬୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୩୧ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୩୯,୭୫୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୦୯,୬୩୯ ଜଣ ସୁସ୍ଥ ହୋଇଛନ୍ତି।  ଏବେ ବି ୨୫, ୪୬୧ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୬୮ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ  first appeared on Sambad.

from କରୋନା | Sambad https://ift.tt/3eccCkJ

Post a Comment

0 Comments