ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୮୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୯ ଜଣ, ବାଲେଶ୍ୱରରୁ ୮୮ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୭୦ଜଣ, ବୌଦ୍ଧରୁ ୪, ବଲାଙ୍ଗୀରିରୁ ୩ଜଣ, କଟକରୁ ୨୪୦ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୫୨ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୫୧ ଜଣ, ଯାଜପୁରରୁ ୮୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୧୨ ଜଣ, କନ୍ଧମାଳରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୧୪୯ ଜଣ, କଳାହାଣ୍ଡିରୁ ୧୨ଜଣ, କେନ୍ଦୁଝରରୁ 28 ଜଣ, ଖୋର୍ଦ୍ଧାରୁ ୩୮୬ ଜଣ, କୋରାପୁଟରୁ ୫ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୬୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୪୬ ଜଣ, ନୂଆପଡ଼ାରୁ ୩ , ପୁରୀରୁ ୧୩୯ ଜଣ, ରାୟଗଡ଼ାରୁ ୩୩ ଜଣ, ସମ୍ୱଲପୁରରୁ ୧୫ ଜଣ, ସୋନପୁରରୁ ୧୦ , ସୁନ୍ଦରଗଡ଼ରୁ ୪୩ ଓ ଷ୍ଟେଟ ପୁଲରୁ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହା ସହ ଆଜି ରାଜ୍ୟରୁ ୬୯ଜଣ ମୃତ କରୋନା ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି |

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୦୩ ଜଣ କରୋନା ପଜିଟିଭ ଚିହ୍ନଟ, ୬୯ଜଣ ମୃତ first appeared on Sambad.

from କରୋନା | Sambad https://ift.tt/2VdqGDJ