ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭୨ ଜଣ, ବାଲେଶ୍ୱରରୁ ୯୮ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୬୦ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୧୧, କଟକରୁ ୨୨୯ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩୦ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୭ ଜଣ, ଜଗତସିଂହପୁରରୁ ୯୬ ଜଣ, ଯାଜପୁରରୁ ୭୦ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୪୦ ଜଣ, କେଉଁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୪୪୨ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୪୮ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୪୨ ଜଣ, ନୂଆପଡ଼ାରୁ ୫, ପୁରୀରୁ ୧୨୩ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୯, ସୁନ୍ଦରଗଡ଼ରୁ ୩୦ ଓ ଷ୍ଟେଟ ପୁଲରୁ ୯୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୪,୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୫୧, ୦୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୭,୨୬୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୧୫ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୪୪୨ first appeared on Sambad.

from କରୋନା | Sambad https://ift.tt/3zM4Dmx