
ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ ସଂକ୍ରମଣରୁ ୩୩୪୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୮ ଜଣ ଅଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬ହଜାର ୫୧୯ରେ ପହଂଚିଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୪୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବାଲେଶ୍ୱରରୁ ୩୯୭, ଯାଜପୁରରୁ ୨୧୦, ପୁରୀରୁ ୧୮୧, କେନ୍ଦ୍ରାପଡ଼ାରୁ ୧୭୮, ଜଗତସିଂହପୁରରୁ ୧୭୭, ଭଦ୍ରକରୁ ୧୭୬, ମୟୂରଭଂଜରୁ ୧୪୩ ଓ ନୟାଗଡ଼ରୁ ୧୦୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୩୩୪୧ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୮ first appeared on Sambad.from କରୋନା | Sambad https://ift.tt/3yHt6c8
0 Comments