ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ ଜଣ ଅଛନ୍ତି। ଏହାଛଡ଼ା ଗଞ୍ଜାମ ଜିଲ୍ଲାରୁ ୮ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ପ୍ରାଣ ହରାଇଛନ୍ତି। ପୁରୀ ଓ ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ବରଗଡ଼ରୁ ୪ ଓ ନୟାଗଡ଼ରୁ ୩ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି। ଅପରପକ୍ଷରେ ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୧୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୨୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୫୨,୧୧୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୨୫, ୫୨୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୧, ୫୪୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/2UWQsMA