ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ 

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୫ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ଏହାଛଡ଼ା  ବରଗଡ଼ ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ, ପୁରୀ, ଗଞ୍ଜାମ, ବଲାଙ୍ଗୀର, କଟକ ଓ ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଜଗତସିଂହପୁର, ଭଦ୍ରକ, ଗଜପତି, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ମୟୂରଭଞ୍ଜ, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର, କୋରାପୁଟ, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି।

ଏଣେ ଏପର୍ଯ୍ୟନ୍ତ ରାଜ୍ୟରେ ୯,୫୫, ୯୪୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୩୦, ୪୧୮ ଜଣ ସୁସ୍ଥ ହୋଇଛନ୍ତି।  ଏବେ ବି ୨୦, ୩୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ  first appeared on Sambad.

from କରୋନା | Sambad https://ift.tt/3iYTGr1

Post a Comment

0 Comments