ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ କମି ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ କମ୍ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯,୦୯୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୪୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୩,୩୨,୧୫୯ ଓ ମୃତ୍ୟୁସଂଖ୍ୟା ୪,୨୦,୦୧୬ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୫,୦୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୫, ୦୩, ୧୬୬ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୮,୯୭୭।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୨,୭୮,୮୨,୨୬୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨୩ ତାରିଖ ସୁଦ୍ଧା ସମୁଦାୟ ୪୫,୪୫,୭୦,୮୧୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୬,୩୧,୨୬୬ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୦୯୭ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୫୪୬ first appeared on Sambad.from କରୋନା | Sambad https://ift.tt/3kYmWRc
0 Comments