ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯୦୨କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୮ ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜିଲ୍ଲାରୁ ସର୍ବାଧିକ ୮ ଜଣ ରହିଛନ୍ତି। ଏହାଛଡ଼ା ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ଜିଲ୍ଲାରୁ ୭ ଜଣ ଲେଖାଏଁ ଥିବା ଜଣାଯାଇଛି। ଅପରପକ୍ଷରେ ବାଲେଶ୍ବର ଓ ପୁରୀ ଜିଲ୍ଲାରୁ ୫ ଜଣ ଅଛନ୍ତି। ଏହାଛଡ଼ା କଟକ ଓ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ଲେଖାଏଁ ଥିବା ଜଣାଯାଇଛି।

ଠିକ୍ ସେହିପରି ବରଗଡ଼, କେନ୍ଦ୍ରାପଡ଼ା, କେନ୍ଦୁଝର, ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ମୃତକ ଅଛନ୍ତି। ଏଣେ ଜଗତସିଂହପୁର, ଭଦ୍ରକ, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଥିବା ସୂଚନା ଦିଆଯାଇଛି। ଠିକ୍ ସେହିପରି ବୌଦ୍ଧ, ଯାଜପୁର ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୬୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୭, ୨୬୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୫୪, ୯୨୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬, ୩୮୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/3C1PpM8