ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୬୧ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୬୧ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା ଜଣାଯାଇଛି। ଅପରପକ୍ଷରେ ବରଗଡ଼, ଗଞ୍ଜାମ,ମୟୂରଭଞ୍ଜ ଓ ପୁରୀରୁ ୬ ଜଣ ଲେଖାଏଁ ଥିବା ବେଳେ ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ, କେନ୍ଦୁଝରରୁ ୪, ଢେଙ୍କାନାଳ, କଟକ ଓ ନୟାଗଡ଼ରୁ ୨ ଜଣ ଲେଖାଏଁ ଏବଂ ବୌଦ୍ଧ, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଓ ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୧୩ ଜଣ ସଙ୍ଗରୋଧରୁ ଥିବା ବେଳେ ୧୧୯୩ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯ ଲକ୍ଷ ୩୫ ହଜାର ୧୩୬ ଥିବା ବେଳେ ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୩ ହଜାର ୧୭୮ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୭ ହଜାର ୪୨୯ ଜଣ ଚିକିତ୍ସାଧୀନ ଥିବା ଜଣାଯାଇଛି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୬୧ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/3k0hNrI

Post a Comment

0 Comments