ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ କମ୍ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୨୩୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୫୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩୧,୫୭୨,୩୪୪ ଓ ମୃତ୍ୟୁସଂଖ୍ୟା ୪,୨୩,୨୧୭ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୨,୬୩୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୭,୪୩,୯୭୨ରେ ପହଞ୍ଚିଛି।

Image Courtesy of News 18

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୫,୧୫୫।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୫,୬୦,୩୩,୭୫୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨୯ ତାରିଖ ସୁଦ୍ଧା ସମୁଦାୟ ୪୬,୪୬,୫୦,୭୨୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୧୬,୨୭୭ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪,୨୩୦ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୫୫୫ first appeared on Sambad.

from କରୋନା | Sambad https://ift.tt/2UW84Zm