ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୫୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି।
ଏହି ୫୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ଏହି ୯ ଜଣଙ୍କ ମଧ୍ୟରୁ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା ଜଣାଯାଇଛି। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି।
ଅପରପକ୍ଷରେ ବରଗଡ଼, ଗଞ୍ଜାମ, କଳାହାଣ୍ଡି, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ତେଣେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଏବଂ କଟକ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ସେହିପରି ଢେଙ୍କାନାଳ, ଭଦ୍ରକ, ‍ବୌଦ୍ଧ, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ଼, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୮୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୯୭ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୦୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୭୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଏଯାବତ୍ ରାଜ୍ୟରେ ୯,୧୯,୦୨୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୮୪,୨୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୦, ୫୫୭ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୫୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/3dLqwd9