ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୫ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୪୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ଏହାଛଡ଼ା ବରଗଡ଼ ଓ କଟକରୁ ୫ ଜଣ ଲେଖାଏଁ, ଢେଙ୍କାନାଳରୁ ୪, କୋରାପୁଟ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି। ଏମାନେ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ସମୟରେ ମୃତ୍ୟୁବରଣ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୯୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬୭୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୪୦ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୫୪୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଏଯାବତ୍ ରାଜ୍ୟରେ ୯,୧୯,୦୨୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୮୪,୨୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୦, ୫୫୭ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ରାଜ୍ୟରେ ପୁଣି ୪୫ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/3w9GSTb